ଭୁବନେଶ୍ବରରେ ସ୍ଥାପନ ହେବାକୁ ଯାଉଛି ୫୦ କୋଟି ଟଙ୍କା ବ୍ୟୟବରାଦରେ ଏକ ଆଧୁନିକ ମାଛ ମାର୍କେଟ୍ ।
ଉତ୍ତର ଭୁବନେଶ୍ବରର ପାଣ୍ଡରା ଅଂଚଳରେ ଏହି ଆଧୁନିକ ମାଛ ମାର୍କେଟ ପାଇଁ ଦୀର୍ଘ ସମୟରୁ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ଆସୁଥିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ।
୨୦୨୪ ସେପ୍ଟେମ୍ବର ମାସରେ ଭୁବନେଶ୍ବର ସାଂସଦ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରି ସବିଶେଷ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଥିଲେ । ରାଜ୍ୟ ସରକାରଙ୍କ ସହମତି ପରେ ଏହି ପ୍ରକଳ୍ପ କେନ୍ଦ୍ରକୁ ଯାଇଥିଲା ।
ଖୁସିର କଥା କେନ୍ଦ୍ର ମତ୍ସ୍ୟ ଓ ପଶୁ ପାଳନ ଏବଂ ଡାଏରୀ ଗମେଣ୍ଟ ଅଫ୍ ଇଣ୍ଡିଆ ଏହି ପ୍ରକଳ୍ପକୁ ମଞ୍ଜୁର କରିଛନ୍ତି । ପାଣ୍ଡେରା ନିକଟରେ ୫.୮୦ ଏକର ଜମିରେ ଏହି ଆଧୁନିକ ମାଛ ମାର୍କେଟ ସ୍ଥାପନ କରାଯିବ, ଏଥିପାଇଁ ୫୦ କୋଟିର ଅନୁଦାନ ମଞ୍ଜୁର କରିଛନ୍ତି । ଏହି ଅବସରରେ ଡବଲ ଇଞ୍ଜିନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/05/Picsart_25-11-05_07-59-52-526-1.jpg)
