ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ ,ତା.୧୭.୦୩:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧୂକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ I

ଜନଶୁଣାଣି ଶିବିରରେ ସମୁଦାୟ ୩୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ଯଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିଲା । ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ବଅଁରପାଳ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ଲୋଚନ ଦାସ, ବଅଁରପାଳ ତହସିଲଦାର ଶ୍ରୀ ସୁଶାନ୍ତ କୁମାର ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



