ଭୂବନେଶ୍ୱର: ଭୁବନେଶ୍ୱରର ସ୍ଥାନୀୟ କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ନିଯୁକ୍ତି ମେଳାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୋଟ ୫ଟି ବିଭାଗର ୮୧୨ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।
ସୂଚନା ଅନୁଯାୟୀ, ଆଜି ସ୍ୱାସ୍ଥ୍ୟ ବିଭାଗର ଆୟୁଷ ନିର୍ଦ୍ଦେଶାଳୟରେ ୪୪୨ ଜଣ ଆୟୁଷ ଆସିଷ୍ଟାଣ୍ଟ, କୃଷି ବିଭାଗରେ ୬୫ ଜଣ ମୃତ୍ତିକା ସଂପ୍ରସାରଣ କର୍ମଚାରୀ ଏବଂ ୩୩ ଜଣ ସହକାରୀ ଉଦ୍ୟାନ କୃଷି ଅଧିକାରୀ, ଶକ୍ତି ବିଭାଗରେ ୪୮ ଜଣ ମ୍ୟାନେଜମେଣ୍ଟ ଟ୍ରେନି, ଜଳ ସମ୍ପଦ ବିଭାଗରେ ୧୨ଜଣ କନିଷ୍ଠ ସହାୟକ ଓ ୧୪ ଜଣ ଅମିନ ଏବଂ ଇସ୍ପାତ ଓ ଖଣି ବିଭାଗରେ ୧୮୯ ଜଣ କନିଷ୍ଠ ଖଣି ଅଧିକାରୀ ଓ ୯ ଜଣ କନିଷ୍ଠ ସହାୟକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି।



