ଭୂବନେଶ୍ୱର, ୨୨/୦୩ : ଆସନ୍ତା ୨୦୨୬-୨୭ରୁ ନୂଆ ସିଲାବସ୍ ଲାଗୁ ହେବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏନଇପି ଲାଗୁ ପରେ ସିଲାବସ୍ ପରିବର୍ତ୍ତନ ପାଇଁ କମିଟି ଗଠନ ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସିଲାବସ୍ ବଦଳିବ । ଆମ ଭାଷା, ସଂସ୍କୃତି, ଐତିହ୍ୟକୁ ଆଧାର କରି ନୂଆ ରୂପରେ ଆସିବ ନୂଆ ସିଲାବସ୍ ।
ଏନେଇ କମିଟି ତର୍ଜମା କରୁଛି, ରାଜ୍ୟ ପାଇଁ ଯାହା ଠିକ୍ ହେବ ତାହା ସିଲାବସ୍ରେ ସ୍ଥାନ ପାଇବ ବୋଲି ମନ୍ତ୍ରୀ କହିଛନ୍ତି ।



