*ହଳଧର ସାହିତ୍ୟ ଓ ଜୀବନୀ ଚିର ସ୍ମରଣୀୟ*

ବରଗଡ,୩୧।୩(ପବିତ୍ର ମେହେର ) ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟସ୍ତରୀୟ କାର୍ଯ୍ୟକ୍ରମର ଉଦ୍ଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଓସାକା, ହାଇଦ୍ରାବାଦ ଆୟୋଜନ ଏବଂ କୋଶଳ ଛାତ୍ର ସଙ୍ଗଠନ ଓ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ସହଯୋଗରେ ସ୍ଥାନୀୟ ଏକ ହୋଟେଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରଗଡ, ସମ୍ବଲପୁର, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ସମେତ କୋଶଲାଞ୍ଚଳର ବିଭିନ୍ନ ପ୍ରାନ୍ତରୁ କବି, ସାହିତି୍ୟକ, ଲେଖକମାନେ ଯୋଗଦାନ କରିଥିଲେ। ପ୍ରାରମ୍ଭରେ କବି ହଳଧର ନାଗଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୁଭେଛା ଜ୍ଞାପନ କରାଯାଇଥିଲା। ପରେ କବି ନାଗଙ୍କ ଉପସ୍ଥିତି ଏବଂ କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ପଦ୍ମନାଭ ପଧାନଙ୍କ ପରିଚାଳନାରେ ଅନୁଷ୍ଠିତ ଉଦ୍ଘାଟନୀ ସମାରୋହରେ ଡଃ . ଦ୍ବାରିକାନାଥ ନାୟକ, ଉତ୍ପନ୍ନ ଭୋଇ, ସୁଶାନ୍ତ ମିଶ୍ର ଓ ଅଶୋକ ପୂଜାହାରୀ ଯୋଗଦାନ କରିଥିଲେ। ‘ହଳଧର ସାହିତ୍ୟ ଆର୍ ଜୀବନୀ କୋଶଲାଞ୍ଚଲର ଭାଷା, ସାହିତ୍ୟ ସାଙ୍ଗେ ଆମର ମାଟିର ଅସ୍ମିତା ଲାଗି ଉଲଗୁଲାନ’ ଶୀର୍ଷକରେ ଆଲୋଚନା କରାଯାଇଥିଲା। ଦ୍ୱିତୀୟ ଅଧିବେଶନରେ ଗୋରେଖ ନାଥ ସାହୁ, ଡ. ସୁବାସ ମେହେର, ଡ. ଲୋହିତାକ୍ଷ ଯୋଶୀ, ଲାଲଚନ୍ଦ ବଗର୍ତ୍ତି ଓ ଶିବପ୍ରସାଦ ସା ଯୋଗଦାନ କରି ସମ୍ବଲପୁରୀ କୋଶଲି ଭାଷାରେ ପ୍ରାଥମିକ ସ୍ତରରେ ଶିକ୍ଷାଦାନ ଆବଶ୍ୟକତା ଶୀର୍ଷକରେ ଆଲୋଚନା କରିଥିଲେ। ସେହିପରି ହଳଧରଙ୍କ ସ୍ବାଭିମାନକୁ ଅନୁକରଣ କରିବା ସହିତ ସାଙ୍ଗଠନିକ ଆବଶ୍ୟକତା ସଂକ୍ରାନ୍ତରେ ଅନୁଷ୍ଠିତ ତୃତୀୟ ଅଧିବେଶନରେ ଅଧ୍ୟାପକ ସୁଶାନ୍ତ ମିଶ୍ର, ଅଶୋକ କୁମାର ପୂଜାହାରୀ ଓ ରାଜମଣି ସାହୁ ଯୋଗଦାନ କରିଥିଲେ। ଅଧ୍ୟାପକ ମୋହନ ସାହୁ, ଡ. ଲକ୍ଷ୍ମୀ ନାରାୟଣ ପାଣିଗ୍ରାହୀ, ସଂଯୋଜକ ପ୍ରଶାନ୍ତ ମାଝୀ ଓ ଅଧ୍ୟାପକ ସନ୍ତୋଷ ସିଂ ଠାକୁର ଆଲୋଚନାଚକ୍ର ସଞ୍ଚାଳନ କରିଥିଲେ। ଅପରାହ୍ନ ଅଧିବେଶନରେ ଅନୁଷ୍ଠିତ କବିତା ପାଠୋତ୍ସବରେ ବିପ୍ଳବୀ କବି ନୀତିଶ ଆଚାର୍ଯ୍ୟ, ଦେବେନ୍ଦ୍ର ସାହୁ, ହରିଲାଲ ସାହୁ ମଞ୍ଚାସୀନ ଥିଲେ। ବହୁ କବି ସ୍ବରଚିତ କବିତା ପାଠ କରିଥିଲେ। ସାରେ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହଳଧର ସାଂସ୍କୃତିକ ସାରେ ବିଭିନ୍ନ ଲୋକନୃତ୍ୟ, ଲୋକଗୀତ ସମେତ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ପଦ୍ମନାଭ ପଧାନ, ପ୍ରଶାନ୍ତ ମାଝୀ, ସୁନିଲ ପୁରୋହିତ, ପାଣ୍ଡବ କର୍ଣ୍ଣ, ଅଜିତ ପତି, ଦୀପକ ଦାଶ, ଆକାଶ ପଣ୍ଡା, ଦୀପକ ରଥ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-24-scaled.jpg)


