ଭୂବନେଶ୍ୱର, ୦୧/୦୪ : ଆଜି ୮୯ ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା । ଏହି ଦିନକୁ ନେଇ ସାରା ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ଗର୍ବର ସହ ଉତ୍କଳ ଦିବସ ପାଳନ କରିବେ ପ୍ରତିଟି ଓଡ଼ିଆ । ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ନୂତନ ପ୍ରଦେଶ ଭାବରେ ପ୍ରତିଷ୍ଠା ହୋଇଥିଲା ଓଡିଶା । ଓଡ଼ିଆ ବୀରପୁତ୍ରଙ୍କ ଭୂମିକା: ଏପ୍ରିଲ 1 ରେ ଓଡ଼ିଶା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟାତା ପାଇଥିଲା ।
ଓଡିଶାର ସ୍ୱତନ୍ତ୍ର ପରିଚୟ ଏବଂ ପ୍ରତିଷ୍ଠା ଦିବସକୁ ମନେ ରଖିବା ପାଇଁ ଏହି ଦିନକୁ ପାଳନ କରାଯାଇଥାଏ। ବିହାର ଅଧୀନରେ ଥିବା ଏହି ପ୍ରଦେଶକୁ ଏକ ସ୍ୱତନ୍ତ୍ର ପରିଚୟ ଦେବାରେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ସହିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ପଣ୍ଡିତ ନୀଳକଣ୍ଠ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର, ସାର୍ ବାସୁଦେବ ସୁଧଳଦେବ, ରାଧାନାଥ ରାୟ, ଭୂବନାନନ୍ଦ ଦାସ, ଏ.ପି ପାତ୍ର ଏବଂ ଆହୁରି ଅନେକ ବୀର ପୁରୁଷ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଏହି ଜିଲ୍ଲାଗୁଡିକ ଥିଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଏବଂ ଗଞ୍ଜାମ । ଏହି ସମୟରେ ରାଜ୍ୟର ରାଜଧାନୀ ଥିଲା କଟକ । ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକିର ମୋହନ ସେନାପତି, ରାଧାନାଥ ରାୟ, ଗଙ୍ଗାଧର ମେହେରଙ୍କ ପରି ବୀର ପୁତ୍ର ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ କରିବା ପାଇଁ ସଘଂର୍ଷ କରିଥିଲେ । ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ” ଏହି ବୀର ପୁତ୍ରଙ୍କ ସଘଂର୍ଷରେ ୧୯୦୩ ରେ ପ୍ରଥମେ ଗଠନ ହୋଇଥିଲା ଉତ୍କଳ ସମ୍ମିଳନୀ । ଜୋରଦାର ସଂଗ୍ରାମ ପରେ 1936 ମସିହା ଅପ୍ରେଲ ୧ ରେ ଗଠନ ହେଲା ସ୍ୱତନ୍ତ୍ର ଓଡିଶା ପ୍ରଦେଶ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-16-scaled.jpg)

