
*ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରବେଶ ଉତ୍ସବ ପାଳିତ* ବରଗଡ଼ (ପବିତ୍ର ମେହେର) :: ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରବେଶ ଦିବସ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି।ଏହି ଉତ୍ସବରେ ପରିଚାଳନା ସମିତିର ପୂର୍ବତନ ସଂପାଦକ ରୋହିତ କୁମାର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟାରମ୍ଭ କରିଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ।ଗୁରୁଜୀ ତାପସ ଭୋଇ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ପ୍ରବେଶ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।କାର୍ଯ୍ୟକ୍ରମକୁ ଶ୍ରୀମତୀ ଭାର୍ଗବୀ ପ୍ରଧାନ ପରିଚାଳନା କରିଥିବାବେଳେ ଶ୍ରୀମତୀ ଶ୍ରୁତି ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।ଶିଶୁ ଭଉଣୀ ମାନଙ୍କ ଦ୍ବାରା ସ୍ବାଗତ ସଙ୍ଗୀତ ପରିବେଷିତ ହୋଇଥିଲା।ସୁଶ୍ରୀ କୁନ୍ତୀ ପ୍ରଧାନଙ୍କ ତତ୍ତ୍ବାବଧାନରେ ବିଦ୍ୟାରମ୍ଭ ଯଜ୍ଞ କାର୍ଯ୍ୟ ସମ୍ପାଦନ ହୋଇଥିଲା।୨୦୨୪-୨୫ ବାର୍ଷିକ ପରୀକ୍ଷା ଫଳାଫଳ ରୋହିତ କୁମାର ମହାପାତ୍ର ଉନ୍ମୋଚନ କରିଥିଲେ।ଶିଶୁ ଭାଇ ଭଉଣୀ ମାନେ ପରବର୍ତ୍ତୀ ଶ୍ରେଣୀକୁ ପ୍ରବେଶ କରିଥିଲେ। ଏଥିରେ ବିଦ୍ୟାଳୟର ସମସ୍ତ ଗୁରୁମା ଗୁରୁଜୀ ସହଯୋଗ କରିଥିଲେ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-15-scaled.jpg)
