ଭୂବନେଶ୍ୱର, ୧୭/୦୪ : ନୂଆ ପଦବିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ହଜାର ନୂଆ ଟ୍ରାଫିକ୍ ପଦବିକୁ ସରକାରଙ୍କ ମଞ୍ଜୁରି ମିଳିଛି । ସୁଦୃଢ ହେବ ଟ୍ରାଫିକ୍ ଓ ସଡକ ସୁରକ୍ଷା ଶାଖା । ଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବି ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି ।
ADGP/IGP ଗୋଟିଏ ପଦବି, DIG (ପୋଲିସ) ଗୋଟିଏ ପଦବି, SP ୨ ଟି ପଦବି, DSP ୪ ଟି, Inspector ୬ ଟି, SI ୮ ଟି, ASI ୮ ଟି, କନେଷ୍ଟବଳ ୨୨ ଟି, ଡ୍ରାଇଭର ୧୦ ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ୍.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ ଟି ପଦବି ସୃଷ୍ଟି ହୋଇଛି । ସମୁଦାୟ ୭୦ଟି ପଦବି ସୃଷ୍ଟି ହୋଇଛି । ଡି.ଏସ୍.ପି. ୫ଟି ପଦବି, Inspector ୪୧ଟି ପଦବି, ସବ୍- ଇନ୍ସପେକ୍ଟର ୮୩ ଟି ପଦବି, ଏ.ଏସ୍.ଆଇ. ୮୩ଟି ପଦବି, ହାବିଲ୍ଦାର ୩୧୦ ଓ କନେଷ୍ଟବଳ ପାଇଁ ୧୪୦୮ଟି ପଦବି ସୃଷ୍ଟି କରାଯାଇଛି । ସମୁଦାୟ ୧୯୩୦ ଟି ପଦବି ସୃଷ୍ଟି ହୋଇଛି । ଏହାଦ୍ୱାରା ରାଜ୍ୟର ଟ୍ରାଫିକ୍ ବ୍ୟବସ୍ଥା ସୁଦୃଢ଼ ହେବ ଏବଂ ସଡକ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଅନୁକରଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


