ଭୂବନେଶ୍ବର: ଜମ୍ମୁ କାଶ୍ମୀରର ପହେଲଗାମ ଠାରେ ଆଜି ଉଗ୍ରପନ୍ଥୀମାନେ ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ପର୍ଯ୍ୟଟକ ମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ; ଓଡ଼ିଶା ପର୍ଯ୍ୟଟକଙ୍କ ଜୀବନ ଗଲା।
ଏହି ଘଟଣାରେ ଜଣେ ଓଡିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାର ମଧ୍ୟ ସୂଚନା ମିଳିଛି। ସଂପୃକ୍ତ ଓଡିଆ ପର୍ଯ୍ୟଟକଙ୍କ ମର ଶରୀର କିପରି ତାଙ୍କର ବାସସ୍ଥାନରେ ସୁରୁଖୁରୁରେ ପହଞ୍ଚିବ, ସେ ସଂପର୍କରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ଅବସ୍ଥାପିତ ପ୍ରମୁଖ ଆବାସିକ ଆୟୁକ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।



