ଢେ଼ଙ୍କାନାଳ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟର ସ୍କାଉଟ୍ ଓ ଗାଇଡ ତରଫରୁ ଜଳଛତ୍ର
ଆଜି ଢେ଼ଙ୍କାନାଳ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟର ସ୍କାଉଟ୍ ଓ ଗାଇଡ ତରଫରୁ ଜଳଛତ୍ର ଆୟୋଜିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମିନତୀ ଦେହୁରୀ ଙ୍କ ତତ୍ତ୍ଵାବଧାନରେ ପ୍ରଚଣ୍ଡ ଗ୍ରୀଷ୍ମ ତାପରୁ ଜନସାଧାରଣ ଙ୍କୁ ଆଶ୍ୱସ୍ତି ଦେବା ଉଦ୍ଦେଶ୍ୟରେ ଜଳଛତ୍ର ର ଆୟୋଜନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ସ୍କାଉଟ୍ ଓ ଗାଇଡ ଦାୟିତ୍ୱରେ ଥିବା ଶିକ୍ଷୟତ୍ରୀ ଲିପିକା ନାଏକ ,ବିଦ୍ୟାଳୟର ବରିଷ୍ଠ ଶିକ୍ଷୟତ୍ରୀ ଶର୍ମିଷ୍ଠା, କନ୍ୟାକୁମାରୀ ଭୂତିଆ ଓ ଅନ୍ୟ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସହଯୋଗ ଏହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।


