Spread the love

ନୂଆଦିଲ୍ଲୀ: ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ ବି.ଆର. ଗଭାଇ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ଦେଇଛନ୍ତି।

ସୂଚନା ଅନୁଯାୟୀ, ଭୂଷଣ ରାମକୃଷ୍ଣ ଗଭାଇ ୧୪ ମେ ୨୦୨୫ରେ ଭାରତର ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିବେ। ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏନେଇ ସୂଚନା ଦେଇଛନ୍ତି।

ଜଷ୍ଟିସ୍ ଗଭାଇ ବର୍ତ୍ତମାନ ସୁପ୍ରିମକୋର୍ଟର ବିଚାରପତି ଭାବରେ କାର୍ଯ୍ୟ କରୁଛନ୍ତି।ଅପରପକ୍ଷରେ ଜଷ୍ଟିସ୍ ଗଭାଇ ପ୍ରାୟ ଛଅ ମାସ ପାଇଁ ଭାରତର ପ୍ରଧାନ ବିଚାରପତି ରହିବେ। କାରଣ ସେ ନଭେମ୍ବରରେ ଅବସର ନେବାକୁ ଯାଉଛନ୍ତି। ବି.ଆର୍. ଗଭାଇଙ୍କ ଜନ୍ମ ୨୪ ନଭେମ୍ବର ୧୯୬୦ରେ ଅମରାବତୀରେ ହୋଇଥିଲା। ସେ ୧୬ ମାର୍ଚ୍ଚ ୧୯୮୫ରେ ବାର୍‌ରେ ଯୋଗ ଦେଇଥିଲେ।ଉଲ୍ଲେଖଯୋଗ୍ୟ, ସୁପ୍ରିମକୋର୍ଟର ବର୍ତ୍ତମାନର ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନା ମେ ୧୩ ତାରିଖରେ ଅବସର ନେବେ। ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ ୬୫ ବର୍ଷ ବୟସରେ ଅବସର ନେବା ପରେ ଜଷ୍ଟିସ୍ ଖାନ୍ନା ନଭେମ୍ବର ୨୦୨୪ରେ ସିଜେଆଇ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ।

Leave a Reply

Your email address will not be published. Required fields are marked *