Spread the love

ଭୂବନେଶ୍ୱର: ସ୍ୱାସ୍ଥ୍ୟସେବାରେ ବଡ ଭୂମୀକା ଗ୍ରହଣ କରିବ ଆୟୁଷ୍ମନ କାର୍ଡ। ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ ହୋଇଛନ୍ତି। ତେବେ ଏହି ସେବାରୁ ଯେପରି କୌଣସି ବି ହିତାଧିକାରୀ ବାଦ ନପଡନ୍ତି ସେନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଯୋଜନା ଅନ୍ତର୍ଗତ ହୀତାଧିକାରୀ ଯେପରି କୌଣସି ଅବହେଳା ନହୁଅନ୍ତି ସେନେଇ ତାଗିଦ୍ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି, ଆୟୁଷ୍ମାନ କାର୍ଡରେ କୌଣସି ଦ୍ଵନ୍ଦ ନାହିଁ। ଯାହା କିଛି ଟେକ୍ନିକାଲ ସମସ୍ୟା ରହିଛି। ସମସ୍ୟାର ସମାଧାନ ନେଇ ଆଲୋଚନା ଚାଲିଛି। ଘରୋଇ ହସ୍ପିଟାଲ ପ୍ୟାକେଜ ବୃଦ୍ଧି ଦାବି ଉପରେ ବି ବିଚାର କରାଯିବ।ସରକାରୀ ସ୍ତରରୁ, ଲୋକଙ୍କ ପାଖରୁ ବିଭିନ୍ନ ମତାମତ ଆସୁଛି। ସବୁ ଦିଗକୁ ନେଇ ନେଇ ବିଚାର ଚାଲିଛି। ପ୍ୟାନ ଇଣ୍ଡିଆ କାର୍ଡ ହୋଇଥିବାରୁ ନେଟୱର୍କ ଓ ଓଟିପି ସମସ୍ୟା ରହିଛି। ସମସ୍ୟା ସମାଧାନ ନେଇ ଚାଲିଛି ଆଲୋଚନା। ଏହାପରେ ବି ଯଦି ରୋଗୀଙ୍କୁ ଅବହେଳା କରାଯାଏ ତେବେ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠନ ଗ୍ରହଣ କରାଯିବ।

Leave a Reply

Your email address will not be published. Required fields are marked *