ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ/କଣିହାଁ,ତା.୦୫.୦୫:- ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ କଣିହାଁ ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୬୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୭ଟି ବ୍ୟକ୍ତିଗତ ଓ ୨୦ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧୂକ୍ଷକ ଶ୍ରୀ ସୁରେନ୍ଦ୍ରନାଥ ରାୟଗୁରୁ, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧୁକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧୂକାରୀ ଶ୍ରୀ ଦେବଦତ୍ତ ମହନ୍ତ, ତାଳଚେର ଊପଜିଲ୍ଲାପାଳ ଶ୍ରୀ ସମୀର କୁମାର ଜେନା, ଡେପୁଟି କଲେକ୍ଟର ଶ୍ରୀ ଶୁଭ ଦର୍ଶନ ମିଶ୍ର, ଅତିରିକ୍ତ ଜନ ସ୍ବାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଡା. ପୂର୍ଣ୍ଣିମା ଊଦଗାତା, କଣିହାଁ ତହସିଲଦାର ଚିନ୍ମୟ ଦାସ, କଣିହାଁ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ତ୍ରିବିକ୍ରମ କୁମୁରା, ଜିଲ୍ଲା ଶିକ୍ଷା ଅଧୋକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧୂକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ଶ୍ରୀମତୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶ୍ରୀ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



