ଭୂବନେଶ୍ୱର: ରାଜଧାନୀରୁ ଆଜି ୨୬ ଲକ୍ଷ ଟଙ୍କାର ଧଳାଜହର ଜବତ ହୋଇଛି । ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବାବେଳେ ଲବଣ ଗିରି ପାଞ୍ଚ ଗାଁ ଛକରେ ମାଡ଼ି ବସିଲା ଏସଟିଏଫ୍ ଟିମ୍ । ଏହି ମାମଲାରେ ବମିଖାଲର ଜ୍ୟୋତିକୃଷ୍ଣ ସାମନ୍ତରାୟଙ୍କୁ ଗିରଫ କରାଯାଇଛି । ତାଙ୍କ ନିକଟରୁ ୨୬୩ ଗ୍ରାମର ଧଳାଜହର ଜବତ ଏସଟିଏଫ୍ ଟିମ୍ । ବିଶେଷ କରି କଲେଜ ପିଲାଙ୍କୁ ଦେଉଥିଲେ ଜ୍ୟୋତି ଵୋଲି ସୂଚନା ମିଳିଛି।
ପୂର୍ବରୁ ତା ନାଁରେ ଅନେକ ମାମଲା ରହିଛି । ଅଧିକ ତଥ୍ୟ ପାଇଁ ଘଟଣାର ତଦନ୍ତ ଜାରି ରହିଛି । ଏନେଇ ଏସଟିଏଫ ଡିଆଇଜି ପିନାକ ମିଶ୍ରଙ୍କ ପକ୍ଷରୁ ସୂଚନା ମିଳିଛି ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)