ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ବୈଦେଶିକ ମନ୍ତ୍ରଣାଳୟ ଏକ ବଡ଼ ଘୋଷଣା କରିଛି। ଅସ୍ତ୍ରବିରତି ପାଇଁ ରାଜି ହେଲେ ଭାରତ ଓ ପାକିସ୍ତାନ । ଭାରତୀୟ ସମୟ ଆଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି ଘୋଷଣା କଲେ ।
ସିନ୍ଦୂର ଅପରେସନର ଚତୁର୍ଥ ଦିନରେ, ବୈଦେଶିକ ମନ୍ତ୍ରଣାଳୟ ସଚିବ ବିକ୍ରମ ମିଶ୍ରୀ କହିଛନ୍ତି ଯେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି।
ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ହୋଇଛି। ବୈଦେଶିକ ସଚିବ କହିଛନ୍ତି ଯେ ସନ୍ଧ୍ୟା ୫ଟାରୁ ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି।
ବୈଦେଶିକ ମନ୍ତ୍ରଣାଳୟ ସଚିବ ବିକ୍ରମ ମିଶ୍ର କହିଛନ୍ତି, ‘ପାକିସ୍ତାନ ସାମରିକ ଅଭିଯାନ ମହାନିର୍ଦ୍ଦେଶକ (ଡିଜିଏମଓ) ଆଜି ଅପରାହ୍ନ ୩:୩୫ ରେ ଭାରତୀୟ ଡିଜିଏମଓଙ୍କୁ ଫୋନ୍ କରିଥିଲେ।’ ସେମାନଙ୍କ ମଧ୍ୟରେ ଚୁକ୍ତି ହୋଇଥିଲା ଯେ ଉଭୟ ପକ୍ଷ ଭାରତୀୟ ମାନକ ସମୟ ସନ୍ଧ୍ୟା ୫ଟାରୁ ସ୍ଥଳ, ଆକାଶ ଏବଂ ସମୁଦ୍ରରେ ସମସ୍ତ ପ୍ରକାରର ଗୁଳିମାଡ଼ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବେ। ଆଜି ଉଭୟ ପକ୍ଷଙ୍କୁ ଏହି ଚୁକ୍ତିନାମା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ ୧୨ ତାରିଖ ଦିନ ୧୨ଟାରେ ସାମରିକ ଅଭିଯାନର ମହାନିର୍ଦ୍ଦେଶକ ପୁନର୍ବାର କଥା ହେବେ।
ଏଥିସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ଟ୍ୱିଟ୍ କରି କହିଛନ୍ତି, ‘ଭାରତ ଏବଂ ପାକିସ୍ତାନ ଆଜି ଗୁଳିମାଡ଼ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବାକୁ ରାଜି ହୋଇଛନ୍ତି। ଭାରତ ନିରନ୍ତର ଭାବରେ ସମସ୍ତ ପ୍ରକାର ଆତଙ୍କବାଦ ବିରୁଦ୍ଧରେ ଏକ ଦୃଢ଼ ଏବଂ ଅଟଳ ମନୋଭାବ ବଜାୟ ରଖିଛି। ଏହା ଜାରି ରଖିବ।’



