ଦିଲ୍ଲୀରେ ଆୟୋଜିତ ହୋଇଯାଇଛି ନିତି ଆୟୋଗର ଗୁରୁତ୍ବପୂର୍ଣ୍ଣ ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗର ଦଶମ ଗଭର୍ଣ୍ଣିଂ କାଉନ୍ସିଲ୍ ବୈଠକ ଦିଲ୍ଲୀ ପ୍ରଗତି ମଇଦାନ ସ୍ଥିତ ଭାରତ ମଣ୍ଡପମ୍ରେ ଅନୁଷ୍ଠିତ ହୋଇଯାଇଛି ।
ବୈଠକରେ ବିକଶିତ ଭାରତ ଉପରେ ଗୁରୁତ୍ବ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ମୋଦୀ କହିଛନ୍ତି ଦେଶର ବିକାଶ ପାଇଁ ଆମକୁ ଟିମ୍ ଇଣ୍ଡିଆ ଭଳି କାମ କରିବାକୁ ହେବ। ପ୍ରତ୍ୟେକ ରାଜ୍ୟର ମୁଖ୍ୟମନ୍ତ୍ରୀ ନିଜ ନିଜ ରାଜ୍ୟରେ ଗୋଟିଏ ଗୋଟିଏ ପର୍ଯ୍ୟଟନ କ୍ଷେତ୍ରକୁ ବିକାଶ କରିବେ । ଭାରତରେ ଦ୍ରୁତ ଗତିରେ ସହରୀକରଣ ହେଉଛି ବୋଲି ମୋଦୀ କହିଛନ୍ତି । ଆଜିର ବୈଠକରେ କର୍ଣ୍ଣାଟକ, କେରଳ ଓ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଗ ଦେଇନାହାଁନ୍ତି ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-4-scaled.jpg)