ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ମାନ୍ୟବର ଖାଦ୍ୟ ଯୋଗାଣ ଏବଂ ଖାଊଟି କଲ୍ୟାଣ ଓ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଅନୁଗୋଳ :- ତା.୧୧.୦୬:- ମାନ୍ୟବର ଖାଦ୍ୟ ଯୋଗାଣ ଏବଂ ଖାଊଟି କଲ୍ୟାଣ ଓ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଅନୁଗୋଳ ଗସ୍ତରେ ଆସି ଆଜି ପୂର୍ବାହ୍ନରେ ରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ସରକାରଙ୍କ ଏକ ବର୍ଷ ପୂର୍ତ୍ତୀ ଉପଲକ୍ଷେ ଅନୁଷ୍ଠିତ ହେଊଥିବି ବିକାଶମୂଳକ କାର୍ଯ୍ୟକ୍ରମର ସମାକ୍ଷା କରିଥିଲେ । ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ସୁଫଳ ଲୋକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ମାନ୍ୟବର ମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ ।

ଏହି ସମୀକ୍ଷା ବୈଠକରେ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମାନ୍ୟବର ପାଳଲହଡା ବିଧାୟକ ଶ୍ରୀ ଅଶୋକ ମହାନ୍ତି, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଙ୍କ ପ୍ରତିନିଧି ଶ୍ରୀ ସୁଦିପ ଗଡନାୟକ, ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ଶ୍ରୀ ପ୍ରଭାତ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ, ଅତିରିକ୍ତ ଆରକ୍ଷୀ ଅଧକ୍ଷକ ଶ୍ରୀ ସୁରେନ୍ଦ୍ରନାଥ ରାୟଗୁରୁ, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଊପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରାଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସମସ୍ତଙ୍କୁ ସ୍ବାଗତ କରିବା ସହିତ ବିକାଶମେଳାରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମର ପ୍ରସ୍ତୁତି ବିଷୟରେ ଅବଗତ କରିଥିଲେ । ଚଳିତ ମାସ ୧୨ ତାରିଖରୁ ଅନୁଗୋଳ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ଏହି ବିକାଶ ମେଳା ଅନୁଷ୍ଠିତ ହେଵ। ଏହି ବିକାଶ ମେଳାରେ ଓରମାସ ତରଫରୁ ୨୫ ଗୋଟି ଓ ମିଶନ ଶକ୍ତି ତରଫରୁ ୨୫ ଗୋଟି ଷ୍ଟଲ କରାଯିବ । ଏହି ସମୟ ମଧ୍ୟରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା, ଲୋକକଳା ସନ୍ଧ୍ୟା, କବିତା ଆସର, ‘ଏକ ପେଡ୍ ମା କେ ନାମ’ କାର୍ଯ୍ୟକ୍ରମ ଅନ୍ତର୍ଗତ ବୃକ୍ଷରୋପଣ, ବିକଶିତ ଜିଲ୍ଲା ବିକଶିତ ଓଡିଶା ଊପରେ କର୍ମଶାଳା, କୃଷକ ସମାବେଶ, କ୍ରୀଡା ପ୍ରତିଯୋଗିତା, ରକ୍ତଦାନ ଶିବିର, ଶ୍ରମଦାନ ଦିବସ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଅବସରରେ ‘ବିକାଶ ବାହନ’ ଜିଲ୍ଲାର ପ୍ରତ୍ୟେକ ବ୍ଳକ, ପୌରପାଳିକା ଓ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ବାହାରି ଜନସାଧାରଣଙ୍କୁ ସରକାରଙ୍କର ବିଭିନ୍ନ ଊନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇବ ।



