ପୁରୀରେ ପତ୍ନୀଙ୍କ ସହ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ, ଶ୍ରଦ୍ଧାଳୁଙ୍କୁ ଟଙ୍କ ତୋରାଣୀ ବାଣ୍ଟିଲେ
ପୂରୀ: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛି କାଳିଆ ସାଆନ୍ତ । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାମୂରତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ତାଙ୍କ ଧର୍ମପତ୍ନୀ ରଥ ଟାଣିଛନ୍ତି ।ତାଳଧ୍ୱଜ ରଥ ନିକଟକୁ ଯାଇ ରାଜ୍ୟପାଳ ଡ.
ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ,ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ରଥ ଟାଣିଛନ୍ତି ।ପବିତ୍ର ଘୋଷଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଯାଇ, ଗୋବର୍ଦ୍ଧନ ପୀଠରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ । ସେ ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି । ଆଜି ବଡ଼ଦାଣ୍ଡରେ ଶ୍ରଦ୍ଧାଳୁମାନଙ୍କୁ ଟଙ୍କ ତୋରାଣି ବିତରଣ କରିଥିଲେ । ବଡ଼ଦାଣ୍ଡ ପାର୍ଶ୍ବରେ ଖୋଲାଯାଇଥିବା ଏକ ଷ୍ଟଲରେ ମୁଖ୍ୟମନ୍ତ୍ରୀ ଟଙ୍କ ତୋରାଣି ବାଣ୍ଟିଥିଲେ ।ଏହାସହ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଂହ ଦ୍ଵାରଠାରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ରଥଯାତ୍ରା ସ୍ବତନ୍ତ୍ର ସଂଖ୍ୟା ‘ଉତ୍କଳ ପ୍ରସଙ୍ଗ’ ଉନ୍ମୋଚନ କରିଥିଲେ ।ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାର ଭାଇ ଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଉଛି । ମହାପ୍ରଭୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣନ୍ତୁ ଏହା ହିଁ ମୋର କାମନା ବୋଲି କହିଛନ୍ତି ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-29.jpg)
