ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ବନ୍ୟା ଯୋଗୁଁ ଜିଲ୍ଲାର ୬ଟି ବ୍ଲକ ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ବନ୍ୟାଜଳରେ ପ୍ରଭାବିତ ହେଉଛି । ୬ଟି ବ୍ଲକ ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ କ୍ଷତିଗ୍ରସ୍ତ ହୋଇଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।
ଏନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବାଲେଶ୍ୱର ଜିଲ୍ଲା ଯାଇ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି । ଏହାପରେ ଉପମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ଲେଖିଛନ୍ତି,’ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି ପଦକ୍ଷେପ ସହ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ’।ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲି । ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ମୋଟ ୬ଟି ବ୍ଲକ୍ର ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ ପ୍ରଭାବିତ ହୋଇଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି… pic.twitter.com/fRzjk0MLdJ


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-17.jpg)
