Spread the love

ପୂରୀ: ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ। ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ। ପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ। ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ପୂର୍ବ ପ୍ରସ୍ତୁତି ତଥା ନୀତି ବହୁଳତା ଦୃଷ୍ଟିରୁ ଆଜି ସନ୍ଧ୍ୟା ଦର୍ଶନ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ।

ନିର୍ଦ୍ଧାରିତ ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ଅନୁଷ୍ଠିତ ହେବା ପରେ ଶ୍ରୀଜୀଉଙ୍କର ଅନେକ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ କରାଯିବ। ଭକ୍ତ ଓ ଶ୍ରଦ୍ଧାଳୁମାନେ ବାହୁଡ଼ା ଯାତ୍ରା ଦିନ ରଥାରୂଢ ଶ୍ରୀବିଗ୍ରହମାନଙ୍କୁ ଦର୍ଶନ ସୌଭାଗ୍ୟ ଲାଭ କରିପାରିବେ।ତେଣୁ ସନ୍ଧ୍ୟା ଦର୍ଶନ ସମ୍ପର୍କିତ ଏହି ବ୍ଯବସ୍ଥାକୁ, ମହାପ୍ରଭୁଙ୍କ ନୀତି ସମ୍ପାଦନରେ ନିଜର ସେବା ସମର୍ପଣ ମନେ କରି ସମସ୍ତ ଭକ୍ତ ଓ ଶ୍ରଦ୍ଧାଳୁ ସହଯୋଗ କରିବେ ବୋଲି ଆଶା। ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *