ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଟ୍ଵିନ ସିଟିରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।
ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ବୈଠକ ପଦକ୍ଷେପ ଚୂଡାନ୍ତ ହୋଇଛି ।ରାଷ୍ଟ୍ରପତିଙ୍କୁ ବିମାନ ବନ୍ଦର ନିକଟରୁ ପାଛୋଟି ଆଣିବା ଓ ପ୍ରତ୍ୟାବର୍ତ୍ତନ ସମୟରେ ମେଲାଣି ଦେବା ପାଇଁ ବ୍ୟବସ୍ଥା ହୋଇଛି । ରାଜ ଭବନରେ ତାଙ୍କର ସାମୟିକ ରହଣି ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ଉତ୍ସବ ସ୍ଥଳରେ ଅଗ୍ନିଶମ ସେବା ବ୍ୟବସ୍ଥା, ସଡ଼କ ପଥରେ ଯାତ୍ରା ସମୟରେ କାରକେଡ ପ୍ଲାନ ପ୍ରସ୍ତୁତ ହୋଇଛି । ସେହିପରି ଜରୁରୀ କାଳୀନ ଡାକ୍ତରୀ ଓ ସ୍ୱାସ୍ଥ୍ୟ ଯତ୍ନ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳକୁ ଯିବା ରାସ୍ତାର ଆବଶ୍ୟକ ମରାମତି ଓ ରକ୍ଷଣା ବେକ୍ଷଣ ହେବ । ରାସ୍ତାର ପରିସ୍କାର ପରିଚ୍ଛନ୍ନତା, ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ସହ ଯଥେଷ୍ଟ ସଂଖ୍ୟକ ଅତିରିକ୍ତ ଜେନେରେଟର ବ୍ୟବସ୍ଥା ରଖିବା ସମ୍ପର୍କରେ ନିର୍ଦ୍ଦେଶ ଦିଆଯାଇଛି ।



