ସମ୍ବିଧାନ ବଞ୍ଚାଅ ସମାବେଶରେ ରାହୁଲଙ୍କ ସମ୍ବୋଧନ । କଂଗ୍ରେସ କର୍ମକର୍ତ୍ତାଙ୍କ ମୁଡ୍ କିପରି ଅଛି ପ୍ରଶ୍ନ କଲେ ରାହୁଲ। କଂଗ୍ରେସ କର୍ମକର୍ତ୍ତାଙ୍କୁ ପ୍ରଶଂସା କଲେ ରାହୁଲ୍ ।
ସରକାର ଗରିବଙ୍କୁ ଲୁଟୁଛନ୍ତି କହିଲେ ରାହୁଲ । ବିଜେପି ପୂରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି । ବିହାରରେ ନିର୍ବାଚନ ଚୋରି କରିବାକୁ ଉଦ୍ୟମ ଚାଲିଛି ।
ମହାରାଷ୍ଟ୍ରରେ ନୂଆ ୧ ଲକ୍ଷ ଭୋଟର୍ କିପରି ଆସିଲେ । ମହାରାଷ୍ଟ୍ର ଭଳି ଏବେ ବିହାରରେ ବି ନିର୍ବାଚନ ଚୋରି ଉଦ୍ୟମ ଚାଲିଛି ।ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ । ଏଠାରେ ବିନା ପଚାରି ଆଦିବାସୀଙ୍କୁ ଜମିରୁ ହଟାଯାଉଛି। ପେସା ଆଇନ୍ ଲାଗୁ ହେଉନି, କିନ୍ତୁ ଆମେ ଏହା ଲାଗୁ କରିବୁ। ବିକାଶ ଓଡ଼ିଶାର ଜନତାଙ୍କ ପାଇଁ କରିବା ଉଚିତ୍ ।ଏଠାକାର ସରକାର ଜଙ୍ଗଲ, ଜମିରୁ ଆପଣଙ୍କୁ ହଟାଉଛି । ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ଠିଆ ହୋଇ ରହିବ। ମୋଦି ଫସଲ ବୀମା ଯୋଜନା ଲାଗୁ କରିଥିଲେ। ଏଥିପାଇଁ ମୋଦି ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନି ।ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍। ଡ୍ରାଇଭର ମହାସଂଘ ଉପରେ ଚାପ ପକାଯାଇଥିଲା । ସମାବେଶକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଇଥିଲା । କିନ୍ତୁ ଡ୍ରାଇଭର ମହାସଂଘ ସେମାନଙ୍କ କଥା ଶୁଣିଲେନି । ଏଥିପାଇଁ ଡ୍ରାଇଭର ମହାସଂଘକୁ ହୃଦୟରୁ ଧନ୍ୟବାଦ ଜଣାଉଛି । ସରକାର ଡ୍ରାଇଭରଙ୍କ ଦାବି ପୂରଣ କରିବା ଉଚିତ୍।ତେଲେଙ୍ଗାନା ଉଦାହରଣ ଦେଇ ଜାତି ଜନଗଣନା ଜରୁରୀ କହିଲେ ରାହୁଲ। ଏଠି ଦଳିତଙ୍କୁ ନା ସରକାରରେ ସ୍ଥାନ ମିଳୁଛି, ନା ବ୍ୟୁରୋକ୍ୟାସିରେ। ଓଡ଼ିଶାରେ ପରିବର୍ତ୍ତନ ଆଣିବାକୁ ହେଲେ ଜାତି ଜନଗଣନା ଜରୁରୀ ।ଜାତି ଜନଗଣନା ହେଲେ ଦଳିତ, ପଛୁଆଙ୍କୁ ସେମାନଙ୍କ ପ୍ରକୃତ ଶକ୍ତି ଜଣାପଡ଼ିବ । ପ୍ରକୃତ ଶକ୍ତି ଜାଣିପାରିଲେ ଏମାନେ ସରକାରକୁ ଓପାଡ଼ି ଫୋପାଡ଼ି ଦେବେ।ରଥଯାତ୍ରା ଅଘଟଣକୁ ନେଇ ଟାର୍ଗେଟ କଲେ ରାହୁଲ । ଅଦାନୀ ପାଇଁ ରଥକୁ ରୋକାଯାଉଛି କହିଲେ ରାହୁଲ । ଏହା ଆପଣଙ୍କ ସରକାର ନୁହେଁ, ଅଦାନୀଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର ।ଓଡ଼ିଶାରେ ୪୦ ହଜାରରୁ ଊର୍ଦ୍ଧ୍ବ ମହିଳା ଗାଏବ ହୋଇଛନ୍ତି । ଏମାନେ କୁଆଡ଼େ ଗଲେ କେହି ଜାଣିନାହାନ୍ତି । ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ।ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍ ।ଡ୍ରାଇଭର ମହାସଂଘ ଉପରେ ଚାପ ପକାଯାଇଥିଲା। ସମାବେଶକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଇଥିଲା। କିନ୍ତୁ ଡ୍ରାଇଭର ମହାସଂଘ ସେମାନଙ୍କ କଥା ଶୁଣିଲେନି। ଏଥିପାଇଁ ଡ୍ରାଇଭର ମହାସଂଘକୁ ହୃଦୟରୁ ଧନ୍ୟବାଦ ଜଣାଉଛି। ସରକାର ଡ୍ରାଇଭରଙ୍କ ଦାବି ପୂରଣ କରିବା ଉଚିତ୍ କହିଲେ ରାହୁଲ ଗାନ୍ଧୀ ।ସମ୍ବିଧାନ ବଞ୍ଚାଅ ସମାବେଶରେ ମଲିକାର୍ଜୁନ ଖଡ୍ଗେଙ୍କ ସମ୍ବୋଧନ ।ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ ଭୁବନେଶ୍ୱରରେ ଏମ୍ସ ଓ ଇନ୍ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି ।ବିଜେପିର ଅବଦାନ ଜିରୋ, ଏମାନେ ଏଠାରେ କିଛି କାମ କରିନାହାନ୍ତି ।କିଛି କାମ ନ କରି କେବଳ ଶ୍ରେୟ ନେବାକୁ ଚେଷ୍ଟା କରୁଛି ବିଜେପି।
କିଛି କରିନାହାନ୍ତି, କେବଳ ବିକ୍ରି କରିବାରେ ଲାଗି ପଡ଼ିଛନ୍ତି । ଡବଲ ଇଞ୍ଜିନ ସରକାର ଗରିବଙ୍କ ପାଇଁ ନୁହେଁ, କେବଳ ଧନୀଙ୍କ ପାଇଁ। ଦେଶର ସମ୍ବିଧାନକୁ ସମାପ୍ତ କରିବା ମୋଦିଙ୍କ ଲକ୍ଷ୍ୟ ।



