ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୂବନେଶ୍ବର: ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଭୁବନେଶ୍ବରରୁ ନାକଟିଦେଉଳ ଅଭିମୁଖେ ଗଲେ ସ୍ବତନ୍ତ୍ର ତଦନ୍ତ ଟିମ୍ ।
ହୁକ ପକାଯାଇଥିବା ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ସୂଚନା ରହିଥିବାବେଳେ, ଏହି ଘଟଣାରେ ସମ୍ପୃକ୍ତ କୌଣସି ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ ।
ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ସୂଚନାଯୋଗ୍ୟ, ରେଢାଖୋଲ ବନଖଣ୍ଡ ନାକଟିଦେଉଳ ରେଞ୍ଜ ଟିକିଲିପଡ଼ା ଗାଁ ଜଙ୍ଗଲରେ ଚାଷ ଜମିକୁ ସୁରକ୍ଷା ପାଇଁ ବିଦ୍ୟୁତ ତାର ବିଛା ଯାଇଥିଲା । ଏହି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଚଳାଉଥିବା ବେଳେ ଜଣକୁ ଅଟକ ରଖିଥିବା ଜଣାପଡିଛି । ତେବେ ଏହା ପୂର୍ବରୁ ନାକଟିଦେଉଳ ସଦର ବନଖଣ୍ଡରେ ୪ଟି ହାତୀଙ୍କର ମୃତ୍ୟୁ ଘଟିଛି ।ବନ ବିଭାଗ ଓ ବିଦ୍ୟୁତ ବିଭାଗର ଅବହେଳାରୁ ବାରମ୍ବାର ହାତୀର ଜୀବନ ଯାଉଥିବାନେଇ ସାଧାରଣ ଜନତାଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

