ଭୂବନେଶ୍ବର: ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ବର ଫକିର ମୋହନ ବିଶ୍ବବିଦ୍ୟାଳୟ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ପୀଡ଼ିତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖି ଚିକିତ୍ସା କରାଯାଉଛି । ଛାତ୍ରୀ ଜଣକ ଅତି ସଙ୍କଟାପନ୍ନ ଅବସ୍ଥାରେ ଥିବା ନେଇ ସୂଚନା ଦେଇଛନ୍ତି ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ।
ଜୀବନ ମରଣ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା ଜଣକ । ୧୨ ଜଣିଆ ଡାକ୍ତରୀ ଦଳ ଚିକିତ୍ସାରେ ନିୟୋଜିତ ରହିଛନ୍ତି । ଆଗାମୀ ୨୪ରୁ ୪୮ ଘଣ୍ଟା ଅତି ଗୁରୁତ୍ଵପୂର୍ଣ୍ଣ । ବର୍ତ୍ତମାନ ସୁଦ୍ଧା ପୀଡ଼ିତାଙ୍କ ସ୍ଵାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନାହିଁ ବୋଲି କହିଛନ୍ତି ଡାକ୍ତର ଆଶୁତୋଷ ବିଶ୍ବାସ । ଆଉ କିଛି ସମୟ ପରେ ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।ସେପଟେ, ଆଜି ପୀଡ଼ିତାଙ୍କୁ ଭେଟିବାକୁ ଏମ୍ସ ଯିବେ ମୁଖ୍ୟମନ୍ତ୍ରୀ ମୋହର ଚରଣ ମାଝୀ । ଏନେଇ ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ ଆହୁରି କହିଛନ୍ତି ଯେ, ପୀଡିତାଙ୍କୁ ଉତ୍ତମ ଚିକିତ୍ସା ଦେବା ଲାଗି ସବୁ ପ୍ରକାର ଚେଷ୍ଟା ଜାରି ରହିଛି । ଦିଲ୍ଲୀ ଏମ୍ସର ମଧ୍ୟ ପରାମର୍ଶ ନିଆଯାଉଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।ଏହି ଘଟଣାରେ ଉଚ୍ଚଶିକ୍ଷା ବିଭାଗ ତ୍ବରିତ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କଲେଜର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷ ଓ ଅଭିଯୁକ୍ତ ସହକାରୀ ପ୍ରଫେସର ସମୀର କୁମାର ସାହୁଙ୍କୁ ନିଲମ୍ବିତ କରିଛନ୍ତି । ଏଥି ସହିତ ସହକାରୀ ପ୍ରଫେସର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରାଯାଇଛି ।ଅନ୍ୟପଟେ କାହିଁକି ଓ କେଉଁ ପରିସ୍ଥିତିରେ ଛାତ୍ରୀ ଜଣକ ଆତ୍ମହତ୍ୟା ଉଦ୍ୟମ କଲେ ତାର ତଦନ୍ତ ହେବାନେଇ ୩ ଜଣିଆ କମିଟି ଗଠନ ହୋଇଛି । ଆଜି ଫକୀରମୋହନ ବିଶ୍ବବିଦ୍ୟାଳୟ ଯିବେ ୩ ଜଣିଆ ତଦନ୍ତ କମିଟି । କମିଟିର ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ରହିଛି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

