ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୧ଟି ବିଭାଗର ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଏହି ସୂଚନା ପ୍ରଦାନ କରିଛନ୍ତି।
ମଞ୍ଜୁର ହୋଇଥିବା ପ୍ରସ୍ତାବ ମଧ୍ୟରେ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲା ଖୋଲିବା ନିଷ୍ପତ୍ତି ଅନ୍ୟତମ। ଏହା ସହିତ ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ (ERSS) ପାଇଁ ମଞ୍ଜୁରୀ ମିଳିଛି, ଯାହା ଅଧୀନରେ ୪,୧୯୫ଟି ନୂତନ ପୋଷ୍ଟ ସୃଷ୍ଟି ହେବ।
ଏହି ସିଷ୍ଟମ ଜରୁରୀ ସେବାକୁ ଅଧିକ ସୁଦୃଢ଼ କରିବ ବୋଲି ଆଶା କରାଯାଉଛି।ମୟୂରଭଞ୍ଜ ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲ୍ଲା ଖୋଲିବ । ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମକୁ ଅନୁମୋଦନ । ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ ପାଇଁ ସୃଷ୍ଟି ହେବ 4 ହଜାର 195 ପୋଷ୍ଟ । ଓଡ଼ିଶା ଆଦର୍ଶ ବିଦ୍ୟାଳୟମାସିକ ହଷ୍ଟେଲ ଫି’ 2 ହଜାର ଟଙ୍କା ଛାଡ଼ ନିଷ୍ପତ୍ତି । ସମୃଦ୍ଧ ସହର ଯୋଜନାକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ । ସମୃଦ୍ଧ ସହର ଯୋଜନା ପାଇଁ 4,879.30 କୋଟି ବ୍ୟୟ ଅଟକଳ । 2036 ସୁଦ୍ଧା ବିକଶିତ ଓଡ଼ିଶା ଗଠନରେ ସମୃଦ୍ଧ ସହର ଯୋଜନା ସହାୟକ ହେବ ।



