ଭୂବନେଶ୍ୱର, ୨୩/୦୭ : ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ । BMC ଅଫିସ୍ ସମେତ ଭୁବନେଶ୍ବର ଘରେ ଚଢାଉ ଜାରି । ଭୁବନେଶ୍ବର, ଖୋର୍ଦ୍ଧା ଓ ରାୟଗଡରେ ଚାଲିଛି ଚଢାଉ । ବଡ଼ଗଡ଼ ବ୍ରିଟ୍ କଲୋନୀରେ ଥିବା ଘରେ ମଧ୍ୟ ଚଢାଉ । ଭୁବନେଶ୍ୱର ଭିଜିଲାନ୍ସ ସ୍ୱତନ୍ତ୍ର ଜଜ୍ଙ୍କ ନିର୍ଦ୍ଦେଶକ୍ରମେ ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଜଗନ୍ନାଥ ପଟ୍ଟନାୟକଙ୍କ ସମ୍ପର୍କୀୟ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରୁଛି।
ଭିଜିଲାନ୍ସର ୬ ଜଣ ଡିଏସ୍ପି, ୧୦ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏହି ଚଢ଼ାଉ କାର୍ଯ୍ୟ ଚାଲିଛି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-23-scaled.jpg)


