ବଡ଼ବିଲ ପୌରାଞ୍ଚଳ ରେ ବାହାରିଲା ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା।
କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡ଼ବିଲ ପୌରାଞ୍ଚଳ ତଥା ବଡ଼ବିଲ ଥାନା ଅନ୍ତର୍ଗତ ରେ ଆଜି ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବଡ଼ବିଲ ବିକାସ ମହଲ ନିକଟରୁ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ବାହାରିଥିଲା, ଯେଉଁଥିରେ ଜାତିବର୍ଣ୍ଣ ନିର୍ବିଶେଷରେ ସମସ୍ତ ଆବାଳ ବୃଦ୍ଧ ବନିତା ଏକ ହୋଇ ଏହି ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ୍ ହୋଇଥିଲେ। ଏହି ଅବସରରେ ହଜାର ହଜାର ସଂଖ୍ୟାରେ ବଡ଼ବିଲ ବାସୀ ସ୍କୁଲ୍ ଛାତ୍ର ଛାତ୍ରୀ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ହାତରେ ଜାତୀୟ ପତାକା ଧରି ଭାରତ ମାତା କି ଜୟ, ବନ୍ଦେ ମାତରଂ ଓ ହିନ୍ଦୁସ୍ଥାନ ଜିନ୍ଦାବାଦ ର ନାରା ଦେଇ ସମଗ୍ର ବଡ଼ବିଲ ସହର ପରିକ୍ରମା କରିଥିବା ଦେଖିବାକୁ ମିଳିଥିଲା। କୌଣସି ପ୍ରକାରର ଅଘଟଣକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କୁ କଡାକଡି କରାଯାଇଥିବା ଦେଖିବାକୁ ମିଳିଥିଲା କେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ



