ବୁଧବାର ନାମାଙ୍କନ ଦାଖଲ କଲେ ଏନ୍ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ।
ଉପରାଷ୍ଟ୍ରପତି ପଦ ପାଇଁ ଏନ୍ଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନଙ୍କୁ ସମର୍ଥନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିରୋଧୀଙ୍କୁ ନିବେଦନ କରିଛନ୍ତି ।ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି ଯେ ରାଜନାଥ ସିଂହ ଏ ନେଇ ସବୁ ଦଳର ନେତାଙ୍କ ସହ କଥାବାର୍ତ୍ତା କରୁଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ସିପି ରାଧାକ୍ରିଷ୍ଣନ ଉପରାଷ୍ଟ୍ରପତି ପଦ ପାଇଁ ଯୋଗ୍ୟ, ନିର୍ବିବାଦୀୟ ଓ ଜଣେ ଅତ୍ୟନ୍ତ ବିନମ୍ର ବ୍ୟକ୍ତି । ତାଙ୍କର ଦୀର୍ଘ ବର୍ଷର ଜନସେବା ଏବଂ ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତା ଆମ ଦେଶକୁ ଅଧିକ ସମୃଦ୍ଧ କରିବ । ସେ ଯେଉଁ ସମର୍ପଣ ଓ ସଂକଳ୍ପ ସବୁବେଳେ ଦେଖାଇ ଆସିଛନ୍ତି, ସେହିଭଳି ନିଷ୍ଠା ଓ ସଂକଳ୍ପ ନେଇ ଦେଶସେବା ଜାରି ରଖନ୍ତୁ । ଅନ୍ୟପଟେ ଇଣ୍ଡି ମେଣ୍ଟ ସୁପ୍ରିମ୍କୋର୍ଟର ପୂର୍ବତନ ବିଚାରପତି ସୁଦର୍ଶନ ରେଡ୍ଡୀଙ୍କୁ ଇଣ୍ଡି-ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଟଥିବା ବେଳେ ଅଜି ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-29.jpg)
