ପ୍ରାକ-ଗର୍ଭାବସ୍ଥା ଓ ଗର୍ଭସ୍ଥ ଶିଶୁର ଲିଙ୍ଗ ନିରୁପଣ ସମ୍ପର୍କୀତ ଜିଲ୍ଲା ସ୍ତରୀୟ ପରାମର୍ଶଦାତା କମିଟି ବୈଠକ

ଅନୁଗୋଳ ତା. ୨୧.୦୮ : ଜିଲ୍ଲାରେ ଚାଲୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକ ଗୁଡିକରେ ପି.ସି ଆଣ୍ଡ ପି.ଏନ.ଡି.ଟି ଆଇନର ସଠିକ କାର୍ଯ୍ୟକାରିତାକୁ ନେଇ ଆଜି ଅପରାହ୍ନରେ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ଅଲଟ୍ରାସାଊଣ୍ଡ କ୍ଲିନିକ୍ ଗୁଡିକର ସମୀକ୍ଷା କରି ଯେଉଁମାନେ ନିୟମାନୁଯାୟୀ କାର୍ଯ୍ୟ କରୁନଥୁବେ ସମ୍ପୃକ୍ତ ଅନୁଷ୍ଠାନଗୁଡିକ ଊପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଲିଙ୍ଗଗତ ହାରରେ ଅସମାନତା ଦୂର କରିବା ପାଇଁ ପ୍ରଚେଷ୍ଟା ଜାରି ରଖୁବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ସେ ପରାମର୍ଶ ଦେଇଥିଲେ । ଏତଦ୍ ବ୍ୟତିତ ପି.ସି ଆଣ୍ଡ ପି.ଏନ.ଡି.ଟି ଆଇନ ଅନ୍ତର୍ଗତ ବିଭିନ୍ନ ଚିକିତ୍ସାଳୟ ଗୁଡିକର ପଞ୍ଜିକରଣ, ନବୀକରଣ ଓ ସ୍ଥଗିତକରଣ ସମ୍ପର୍କରେ ଆଲୋଚନା ହୋଇଥିଲା । ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ ସମସ୍ତଙ୍କୁ ସ୍ବାଗତ ଜଣାଇବା ସହ ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡା. ଅନ୍ତର୍ଯ୍ୟାମୀ ମିଶ୍ର, ପବ୍ଲିକ ପ୍ରୋସିକ୍ୟୁଟର ଶ୍ରୀ ପ୍ରଶାନ୍ତ କୁମାର ମଲ୍ଲିକ, ଊପ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିରଞ୍ଚି ନାରାୟଣ ବାଗ, ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ଡାକ୍ତର ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ ।




![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-17.jpg)