ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ, ତା.୨୫.୦୮:- ଆଜି ପୂର୍ବାହ୍ନରେ କିଶୋରନଗର ବ୍ଲକ୍ କାର୍ଯ୍ୟାଳୟଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୬୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୩୧ଟି ବ୍ୟକ୍ତିଗତ ଓ ୩୦ଟି ଗ୍ରାମ୍ୟଭିଭିକ ଅଭିଯୋଗର ଶୁଣାଣି କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଗୌରବମୟ ପ୍ରଧାନ, ଡେପୁଟୀ କଲେକ୍ଟର ଶ୍ରୀ ଶୁଭଦର୍ଶନ ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଉମା ଶଙ୍କର ମିଶ୍ର, ଉପ- ନିର୍ଦ୍ଦେଶକ ଉଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।




