ବେଆଇନ୍ ମାଦକ ଦ୍ରବ୍ୟ ଚୋରାଚାଲାଣ ଏବଂ ନିଶା ଦ୍ରବ୍ୟ ରୋକିବା ସଂପର୍କରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ଏ ସଂପର୍କରେ ମୁଖ୍ୟ ଶାସନ ସଚିବ ଲୋକସେବା ଭବନରେ ଆଜି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ସ୍ଥିତି ଅନୁଧ୍ୟାନ କରିଥିଲେ।
ବୈଠକରେ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା ୨୦୨୫ ବର୍ଷ ଜୁଲାଇ ମାସ ଶେଷ ସୁଦ୍ଧା ତଥା ଅଦ୍ୟାବଧି ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସଂପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ।



