SC/ST ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ବୋଧନ । ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ କହିଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶା ଜନସଂଖ୍ୟାର ୪୦% ହେଉଛନ୍ତି ଆଦିବାସୀ ଓ ଦଳିତ। ୨୩% ଆଦିବାସୀ ଓ ୧୭ ପ୍ରତିଶତ ହେଉଛନ୍ତି ଦଳିତ।
ନିକଟରେ ନିଟ୍ ପାସ କରିଥିବା ଦିଦାୟୀ ଆଦିବାସୀ ଝିଅଙ୍କୁ ଭେଟିଥିଲି । ଆମର ବର୍ତ୍ତମାନ ଭଲ ଅଛି, ଭବିଷ୍ୟତ ଆହୁରି ଭଲ ରହିବ ।
ପଲ୍ଲୀଠୁ ନେଇ ଦିଲ୍ଲୀ ଯାଏଁ ସାମ୍ବିଧାନିକ ବ୍ୟବସ୍ଥା ଚାଲିଛି । ହଜାର ହଜାର ବର୍ଷ ଧରି ଆମେ ଉତ୍ପୀଡ଼ନ ସହିଥିଲୁ୍ । ଅସ୍ପୃଶ୍ୟତାର ଶିକାର ହୋଇଥିଲୁ, କିନ୍ତୁ ସମ୍ବିଧାନ ଆମକୁ ଅଧିକାର ଦେଲା । ଆମେ ସଶକ୍ତୀକରଣ ନହେଲେ ଯେତେ ଯୋଜନା କଲେ ବି ସୁଫଳ ମିଳିବନି। ଆମର ଉତ୍ଥାନ ନ ହେବା ଯାଏଁ ରାଜ୍ୟର ବିକାଶ ହୋଇପାରିବ ନାହିଁ।



