ରାଜ୍ୟରେ ବନ୍ଦ ଥିବା ମଦ ଦୋକାନ ଖୋଲେବେ ସରକାର । ୭୦ ଗୋଟି ବନ୍ଦ ଥିବା ମଦ ଦୋକାନ ଖୋଲିବାକୁ ବିଭାଗ ତରଫରୁ ଦିଆଯାଇଛି ଅନୁମତି । ୪ଟି ନୂଆ ଠିପିଖୋଲା ମଦ ଦୋକାନ ଓ ୩ଟି ମଦ କାରଖାନା ଖୋଲିବା ପାଇଁ ବିଭାଗ ପାଖରେ ଅଛି ପ୍ରସ୍ତାବ । ବିଧାୟକ ଅଖିଳ ଚନ୍ଦ୍ର ନାୟକଙ୍କ ପ୍ରଶ୍ନରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହି ଉତ୍ତର ଦେଇଛନ୍ତି ।
ବାଲେଶ୍ୱରରେ ସର୍ବାଧିକ ୧୭ ଟି, ଗଞ୍ଜାମରେ ୧୦ ଟି, ନୟାଗଡ଼ରେ ୯ ଟି, ମୟୂରଭଞ୍ଜରେ ୮ଟି, କଟକରେ ୭ଟି, ରାଉଲକେଲାରେ ୫ଟି, କେନ୍ଦୁଝରରେ ୩ଟି, ବ୍ରହ୍ମପୁରରେ ୪ଟି, ବଲାଙ୍ଗୀରରେ ୨ଟି, କନ୍ଧମାଳରେ ୩ଟି ଏବଂ ମାଲକାନଗିରି, ସମ୍ବଲପୁରରେ ଗୋଟିଏ ବନ୍ଦ ଥିବା ମଦ ଦୋକାନ ଖୋଲିବେ ସରକାର ।
ସେହିପରି ପୁରୀରେ ୩ଟି ଓ ଭୁବନେଶ୍ୱରରେ ଗୋଟିଏ ନୂଆ ଠିପି ଖୋଲା ମଦ ଦୋକାନ ଖୋଲିବା ପାଇଁ ବିଭାଗ ପାଖରେ ରହିଛି ପ୍ରସ୍ତାବ । ଢେଙ୍କାନାଳରେ ୨ଟି ଏବଂ କଟକରେ ଗୋଟିଏ ମଦ କାରଖାନା ଖୋଲିବା ପାଇଁ ସରକାରଙ୍କ ପାଖରେ ପ୍ରସ୍ତାବ ଅଛି ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-17.jpg)
