
*ପ୍ରଧାନ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଉଦ୍ଦିଷ୍ଟ ପ୍ରଶିକ୍ଷଣ ଶିବିର “ସମ୍ଭବ”ର ଦ୍ବିତୀୟ ପର୍ଯ୍ୟାୟ ଉଦଘାଟିତ*
ବରଗଡ଼:୨୨/୯(ପବିତ୍ର ମେହେର) ବରଗଡ଼ ଜିଲ୍ଲା ସଦର ମହକୁମାରେ ଅବସ୍ଥିତ ଟାଉନ୍ ହାଇସ୍କୁଲ,ବରଗଡ଼ରେ ପଞ୍ଚଦିବସୀୟ ପ୍ରଶିକ୍ଷଣ ଶିବିର “ସମ୍ଭବ”ର ଦ୍ବିତୀୟ ପର୍ଯ୍ୟାୟ ଶୁଭାରମ୍ଭ ହୋଇଯାଇଛି। ବରଗଡ଼ ବିଇଓ ସୁରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମୁରଲୀଧର ବେହେରା ଯୋଗ ଦେଇ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ।ସମ୍ମାନିତ ଅତିଥି ଭାବରେ ପେଡାଗୋଜି କୋର୍ଡିନେଟର ପୁଷ୍ପାଞ୍ଜଳି ଦାଶ,ଡିଆଇଇଟି ବରଗଡ଼ର ଶିକ୍ଷକ ପ୍ରଶିକ୍ଷକ ବେଣୁଧର ବରିହା ଯୋଗ ଦେଇଥିଲେ।ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଆୟୋଜିତ ଏହି ତାଲିମ୍ ଶିବିରରେ ବିଜେପୁର ବ୍ଲକ ଓ ସୋହେଲା ବ୍ଲକର ୫୬ ଜଣ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରିଥିଲେ।ପ୍ରଶିକ୍ଷକ ଭାବରେ ଝାରବନ୍ଧ ବ୍ଲକ ଶିକ୍ଷା ଅଧିକାରୀ ଶୁଭମ୍ ପତି,ଜନତା ହାଇସ୍କୁଲ ଭୁକ୍ତାର ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ,ଡିଆଇଇଟି ବରଗଡ଼ର ଶିକ୍ଷକ ପ୍ରଶିକ୍ଷକ ବେଣୁଧର ବରିହା,ପଣ୍ଡକିପାଲି ହାଇସ୍କୁଲର ଶିକ୍ଷକ ପୁସ୍ତମ୍ ବିଶି ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ। ଅଧିବେଶନ ଚାଲିଥିବା ସମୟରେ ଏଡିଇଓ ସେ ସରୋଜ କୁମାର ଭୁଏ ପ୍ରତ୍ୟେକ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ନିଜସ୍ଵ ଦକ୍ଷତା ବୃଦ୍ଧି ଓ ନେତୃତ୍ଵ ବିକାଶ ନିମନ୍ତେ ସଦା ସର୍ବଦା ପ୍ରୟାସ କରିବା ଉଚିତ ବୋଲି ମତ ବ୍ୟକ୍ତ କରିଥିଲେ।ଏହି ପ୍ରଶିକ୍ଷଣ ଶିବିରରେ ଜାତୀୟ ଶିକ୍ଷାନୀତି ୨୦୨୦ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ,ମାନ ନିର୍ଦ୍ଧାରଣ, ନେତୃତ୍ୱ ବିକାଶ, ସାମାଜିକ, ଆବେଗିକ ଓ ନୈତିକ ବିକାଶ, ଅନ୍ତର୍ନିବେଶୀ ଶିକ୍ଷା ଓ ସମତା, ଶିକ୍ଷାରେ ସୂଚନାଓ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର, ସାଇବର ସୁରକ୍ଷା ,ବିଦ୍ୟାଳୟ ଓ ଆର୍ଥିକ ପରିଚାଳନା, ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା, ବିପର୍ଯ୍ୟୟ ପରିଚାଳନା, ବିଦ୍ୟାଳୟ ଓ ଗୋଷ୍ଠୀ ସମ୍ପର୍କ, ଉପସ୍ଥାପନ ଅବଧାରଣ ବୃଦ୍ଧି ଓ ପାଠ ତ୍ୟାଗୀର ନିରାକରଣ,ଧନ୍ଦାମୂଳକ ଶିକ୍ଷା, ବିଦ୍ୟାଳୟ ବିକାଶ ଯୋଜନା ଇତ୍ୟାଦି ସମ୍ପର୍କରେ ବିଶଦ ଭାବରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ଡିଆଇଇଟିର ଶିକ୍ଷକ ପ୍ରଶିକ୍ଷକ ବେଣୁଧର ବରିହା ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

