Spread the love

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ସରକାରୀ ଉଦ୍ୟୋଗର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି।

ଝାରସୁଗୁଡା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦିନତମାମ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ପରେ ବିଳମ୍ୱିତ ରାତି ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୫ ଜାନୁଆରି ପହିଲା ଠାରୁ ଲାଗୁ ହେବ।

Leave a Reply

Your email address will not be published. Required fields are marked *