କଟକ: କଟକ ସହରରେ ସୋସିଆଲ୍ ମିଡିଆ ଉପରେ କଟକଣା ଲାଗିଛି। ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା। ହ୍ବାଟ୍ସ ଆପ୍, ଫେସ୍ବୁକ୍, ଇନ୍ଷ୍ଟାଗ୍ରାମ୍, ସ୍ନାପ୍ଚାଟ୍ ଆଦି ୨୪ ଘଣ୍ଟା ପାଇଁ ବନ୍ଦ ରହିବ। ମୋବାଇଲ୍ ଇଣ୍ଟରନେଟ୍ ବାତିଲ୍ ନେଇ ଗୃହ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରେ କ୍ୟାମ୍ପ୍ କରି ରହିବାକୁ ଡିଜିପିଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉପରେ ତୀକ୍ଷ୍ଣ ନଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲି କଟକ ବନ୍ଦ ଡାକରା ଦେଇଛି ବିଶ୍ଵ ହିନ୍ଦୁ ପରିଷଦ। ଏହା ପୂର୍ବରୁ ଆଜି ସନ୍ଧ୍ୟାରେ ଦରଘା ବଜାର ଠାରେ ପରିଷଦ ପକ୍ଷରୁ ଆୟୋଜିତ ହୋଇଥିବା ଏକ ଶୋଭାଯାତ୍ରା ସମୟରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ବିନା ଅନୁମତିରେ ଶୋଭାଯାତ୍ରା ବାହାରିଥିଲା। ପୋଲିସ ଅଟକାଇବା ପରେ ପଥର ମାଡ଼ କରିଥିଲେ ଆନ୍ଦୋଳନକାରୀ। ଏଥିରେ ଡିସିପି ଓ ଦରଘା ବଜାର ଥାନା ଅଧିକାରୀ ଆହତ ହୋଇଛନ୍ତି। ଆନ୍ଦୋଳନକାରୀଙ୍କୁ ଘଉଡାଇବାକୁ ଲାଠିଚାର୍ଜ ଓ ଲୁହ ବୁହା ଗ୍ୟାସ୍ ପ୍ରୟୋଗ କରିଥିଲା ପୋଲିସ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


