ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ ,ତା.୦୬.୧୦:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ପବିତ୍ର ମୋହନ ସଭା ଗୃହ, କଣିହାଁ ଠାରେ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ସମୁଦାୟ ୭୪ଟି ଅଭିଯୋଗ ଗ୍ରହଣ କରାଯାଇଥୁଲା । ସେଥିମଧ୍ୟରୁ ୫୫ଟି ବ୍ୟକ୍ତିଗତ ଓ ୧୯ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୧୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫ ହଜାର ଟଙ୍କା ଓ ୪ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ତାଳଚେର ଊପଜିଲ୍ଲାପାଳ ଶ୍ରୀ ସମୀର କୁମାର ଜେନା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ସହକାରୀ ଜିଲ୍ଲାପାଳ ଶ୍ରୀ ସଞୟ କୁମାର ଭୋଇ, କଣିହାଁ ତହସିଲଦାର ଚିନ୍ମୟ ଦାସ, କଣିହାଁ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ତ୍ରିବିକ୍ରମ କୁମୁରା, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶ୍ରୀ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।




