ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି- ଅନୁଗୋଳ
ଅନୁଗୋଳ,ତା. ୦୬, ୧୦:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୨୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୬ଟି ବ୍ୟକ୍ତିଗତ ଓ ୧ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି କରାଯାଇଥିଲା । ୯ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



