ଭୁବନେଶ୍ୱର: ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଜଘନ୍ୟ ହତ୍ୟା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଖୁବଶୀଘ୍ର ଦୋଷୀଙ୍କୁ ଖୋଜି ବାହାର କରାଯିବ ଓ ସେମାନଙ୍କ ଵିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯିବ । ସୋମବାର ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।



