ଭୁବନେଶ୍ୱର, ୦୮/୧୦ : ବ୍ରହ୍ମପୁରରେ ବିଜେପି ନେତା ତଥା ଆଇନଜୀବୀଙ୍କୁ ଗୁଳିମାରି ହତ୍ୟା ପ୍ରତିବାଦରେ ସାରା ରାଜ୍ୟରେ ଆଇନଜୀବୀଙ୍କ ଆନ୍ଦୋଳନ। ଆଜି ସମ୍ପୂର୍ଣ୍ଣ କଲମ ଛାଡ଼ ଆନ୍ଦୋଳନ କରିବେ ଆଇନଜୀବୀ । ତଦନ୍ତ ପାଇଁ SIT ଗଠନ କରିବାକୁ ଦାବି କରିଛି ।ନିରପେକ୍ଷ ତଦନ୍ତ ପାଇଁ ଜଣେ ବରିଷ୍ଠ ଆଇପିଏସ ଅଧିକାରୀଙ୍କ ଦ୍ବାରା ତଦନ୍ତ ହେବା ଉଚିତ ବୋଲି ବାର କାଉନସିଲ ପକ୍ଷରୁ କୁହାଯାଇଛି ।
ତଦନ୍ତ ସମୟସୀମିତ ଭାବରେ ସମାପ୍ତ ହେଉ ଏବଂ ସମସ୍ତ ଅପରାଧୀ, ଷଢ଼ଯନ୍ତ୍ରକାରୀ ଓ ସହଯୋଗୀଙ୍କୁ ତତ୍କାଳ ଗିରଫ କରାଯାଉ ବୋଲି ବାର କାଉନସିଲ ପକ୍ଷରୁ କୁହାଯାଇଛି । ୪୮ ଘଣ୍ଟା ମଧ୍ୟରେ ରାଜ୍ୟବ୍ୟାପୀ ସୁରକ୍ଷା ଏବଂ କୋର୍ଟ ପରିସରରେ CCTV କ୍ୟାମେରା ସ୍ଥାପନ ପାଇଁ ଦାବି ହୋଇଛି । ଯାହା ଆଇନଜୀବୀମାନଙ୍କ ସୁରକ୍ଷାକୁ ନିଶ୍ଚିତ କରିବ। ପୀତବାସ ପଣ୍ଡାଙ୍କ ପରିବାରକୁ କୋଟିଏ ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ନିବେଦନ କରିଛି ବାର କାଉନସିଲ ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

