ଅଧିକ ବର୍ଷା ଥିବାରୁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ।ସୂଚନା ଦେଲେ ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଗଜପତି ଜିଲ୍ଲାରେ ୩/୪ଟି ବ୍ଲକ୍ରେ ଭୂସ୍ଖଳନ ଆଶଙ୍କା ।ରାୟଗଡ଼ା, ମାଲକାନଗିରିରେ ମଧ୍ୟ ଭୂସ୍ଖଳନ ଆଶଙ୍କା ରହିଛି । ପାହାଡ଼ ପାଦ ଦେଶରେ ଥିବା ଲୋକେ ଆଶ୍ରୟସ୍ଥଳକୁ ଯାଆନ୍ତୁ। ମାଟି ଓଦା ଥିବାରୁ ଅଧିକ ବର୍ଷା ହେଲେ ମାଟି ଧସିପାରେ ।
ଆମ ପାଇଁ ଏଥର ପବନ ଅପେକ୍ଷା ବର୍ଷା ଅଧିକ ଚ୍ୟାଲେଞ୍ଜ୍ । ୧୩୦ଟି ଟିମ୍ ପ୍ରସ୍ତୁତ ହୋଇ ରହିଛି। ପରିସ୍ଥିତିକୁ ମୁକାବିଲା କରିବୁ ।ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ସ୍କୁଲ ବନ୍ଦ ରହିବ । ଏହା ସହିତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ । ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ପାରାଦୀପ ବନ୍ଦରରେ ୨ ନଂ ବିପଦ ସଙ୍କେତ ଜାରି କରାଯାଇଛି । ଏପରିକି ସମୁଦ୍ରକୁ ଯାଇଥିବା ସମସ୍ତ ମତ୍ସ୍ୟଜୀବୀ ଫେରି ଆସିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।



