ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
୨୪ ଘଣ୍ଟାରେ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା। ଦକ୍ଷିଣ ମିଆଁମାର ଉପକୂଳ ଏବଂ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଏନେଇ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଆଜି ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ପୂର୍ବାନୁମାନ କରିଛି IMD । ଅନ୍ୟପଟେ ଆଜି ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

