
*ଉଦଯାପିତ ହେଲା ବରଗଡ଼ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି”*
ବରଗଡ଼ ୩/୧୧(ପବିତ୍ର ମେହେର) ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ବରଗଡ଼ର ସମଗ୍ର ଶିକ୍ଷା ବିଭାଗ ପକ୍ଷରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲରେ ଜିଲ୍ଲା ସ୍ତରୀୟ ଶିଶୁ ପ୍ରତିଭା ମହୋତ୍ସବ “ସୁରଭି” ଉଦଯାପିତ ହୋଇ ଯାଇଛି ।ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାର ବିକଶିତ ପାଇଁ ସୁରଭି ଉତ୍କୃଷ୍ଟ ମଞ୍ଚ ବୋଲି ଉଲ୍ଲେଖ କରି କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଯୋଗ ଦେଇ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ , ଏହି ଅବସରରେ ଏଡିଇଓ ସରୋଜ ଭୁଏ, ଏଡିଇଓ ବିନୟ କୁମାର ସୋଏ ଅବସର ପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମିତ୍ରଭାନୁ କଚ୍ଛପ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଶିଶୁ ପ୍ରତିଭାମାନଙ୍କୁ ଉତ୍ସାହିତ କରିଥିଲେ । ଉଦଘାଟନୀ ସମାରୋହରେ ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦଘାଟନ କରିଥିବା ବେଳେ ପୂର୍ବତନ ଜିଲ୍ଲାଶିକ୍ଷା ଅଧିକାରୀ ସୁବୋଧ ଦାସ,ପୂର୍ବତନ ଜିଲ୍ଲାଶିକ୍ଷା ଅଧିକାରୀ ସୁଶାନ୍ତ ଚୋପଦାର,ଏଡ଼ିିଇଓ ବିନୟ କୁମାର ସୋଏ,ଉପ ନିର୍ଦ୍ଦେଶକ ଓସେପା ସୈଳାଧିରଞ୍ଜନ ତନୟା ଶତପଥି ପ୍ରମୁଖ ଯୋଗ ଦେଇ ଶିଶୁ ପ୍ରତିଭାମାନଙ୍କୁ ଉତ୍ସାହିତ କରିବା ସହ ନିଜ ଭିତରେ ଥିବା ଦୁର୍ବଳତାକୁ ଶକ୍ତିରେ ପରିଣତ କରି ପାରିଲେ ସଫଳତା ଆପେ ଆପେ ମିଳିବ ବୋଲି ଉଲ୍ଲେଖ କରିଥିଲେ ।ଶିକ୍ଷକ ଗୋବିନ୍ଦ ସେଟ୍ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଆୟୋଜିତ ସମସ୍ତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ “ସୁରଭି”ରେ ଅଂଶ ଗ୍ରହଣ କରିବେ ବୋଲି ସୂଚନା ପ୍ରଦାନ କରାଯାଇଥିଲା। ଭେଡେନ ବ୍ଲକର ସାଂସ୍କୃତିକ ଦଳ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ ପାଇଁ ମନୋନୀତ ହୋଇ ପୁରସ୍କୃତ ହୋଇଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାର ସମସ୍ତ ବିଇଓଙ୍କ ସମେତ ଜିଲ୍ଲା ଶିକ୍ଷା ବିଭାଗ ଓ ସମଗ୍ର ଶିକ୍ଷା ବିଭାଗର ସମସ୍ତ କର୍ମଚାରୀ ସକ୍ରିୟ ସହଯୋଗ କରିଥିଲେ ।




