ଭୁବନେଶ୍ୱର : ଚାଷୀଙ୍କ ପାଇଁ ଖୁସି ଖବର । ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ ୬୯ ଟଙ୍କା ଦେବେ ସରକାର । ଏଣିକି ୩୧୦୦ ବଦଳରେ କ୍ୱିଣ୍ଟାଲ ପିଛା ୩୧୬୯ ଟଙ୍କା ଦେବେ ସରକାର । ଗ୍ରେଡ଼ ଏ ଧାନ କ୍ୱିଣ୍ଟାଲ ପିଛା ମିଳିବ ୩୧୮୯ ଟଙ୍କା । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କେନ୍ଦ୍ର ସରକାର କ୍ୱିଣ୍ଟାଲ ପିଛା ବର୍ଦ୍ଧିତ ଏମଏସପି ୨୩୬୯ ଟଙ୍କା ସ୍ଥିର କରିଥିବା ବେଳେ ରାଜ୍ୟ ସରକାର କ୍ୱିଣ୍ଟାଲ ପିଛା ଦେଉଛନ୍ତି ୮୦୦ ଟଙ୍କାର ଇନପୁଟ ସବସିଡ୍ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-28-scaled.jpg)


