କଟକ ବାଲିଯାତ୍ରାରେ ଠେଲାପେଲା ଯୋଗୁ ୨ ଜଣ ଅଚେତ ହୋଇପଡ଼ିଛନ୍ତି। ଗୁରୁବାର ସନ୍ଧ୍ୟାରେ ପ୍ରବଳ ଭିଡ଼ ଯୋଗୁ ଏଭଳି ଅଘଟଣ ଘଟିଥିବା ଜଣାପଡ଼ିଛି। ସନ୍ଧ୍ୟାରେ ବଲିଉଡ୍ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ ସଙ୍ଗୀତ କାର୍ଯ୍ୟକ୍ରମ ରହିଥିଲା। ଏଥିପାଇଁ ପ୍ରବଳ ଭିଡ଼ ହୋଇଥିଲା। ଭିଡ଼ ଅସମ୍ଭାଳ ହେବାରୁ ଠେଲାପେଲା ହୋଇଥିଲା।ଯାହାଫଳରେ ୨ ଜଣ ବ୍ୟକ୍ତି ଅଣନିଃଶ୍ଵାସୀ ହୋଇ ଚେତା ହରାଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନିଆଯାଇଥିଲା। ଖବରପାଇ ସ୍ଥିତି ନିୟନ୍ତ୍ରଣ କରିବା ଲାଗି ଅତିରିକ୍ତ ପୁଲିସ କମିଶନର ଘଟଣାସ୍ଥଳରେ ପହଞ୍ଚିଛନ୍ତି।

August 26, 2026/
No Comments


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-22-scaled.jpg)