ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି
ଅନୁଗୋଳ,ତା. ୧୦, ୧୧:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୪୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୩୫ଟି ବ୍ୟକ୍ତିଗତ ଓ ୫ ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି କରାଯାଇଥିଲା । ୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୫୦୦୦ ହଜାର ଓ ୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



