ଅନୁଗୋଳରେ ସମ୍ବିଧାନ ଦିବସ ପାଳିତ

ଅନୁଗୋଳ,ତା.୨୬.୧୧:- ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଆଜି ପୂର୍ବାହ୍ନରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମ୍ବିଧାନ ପ୍ରଣେତା ଡ.ବାବା ସାହେବ ଆମ୍ବେଦକରଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ସହ ସମ୍ବିଧାନ ପ୍ରସ୍ତାବନା ପାଠ କରିଥିଲେ । ନଭେମ୍ବର ୨୬ ତାରିଖରେ ସମ୍ବିଧାନ ସଭା ଦ୍ବାରା ଆମର ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଡେପୁଟୀ କଲେକ୍ଟର ଶ୍ରୀ ଜୟକୃଷ୍ଣ ପାତ୍ର, ଡେପୁଟୀ କଲେକ୍ଟର ଶ୍ରୀମତୀ ମଧୁସ୍ମିତା ବିଶି, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ପ୍ରତାପ ହରି ପ୍ରଧାନଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର କର୍ମଚାରୀମାନେ ଯୋଗ ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଜୟଜିତ ଧଳ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-18.jpg)


