ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ,ତା.୮.୧୨:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଆଠମଲ୍ଲିକ ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୪୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ସେଥୁମଧ୍ୟରୁ ୩୭ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୬ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାଜିବ ଲୋଚନ ପଣ୍ଡା, ଆଠମଲ୍ଲିକ ଊପଜିଲ୍ଲାପାଳ ଶ୍ରୀ ଊପେନ୍ଦ୍ର ଲୋହା, ଆଠମଲ୍ଲିକ ତହସିଲଦାର ଶ୍ରୀ ପ୍ରସନ୍ନ ଟେଢେ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



