ପୁରୀ ଜିଲ୍ଲାର ୩ ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ବିଚ୍ରେ ରୂପାନ୍ତର କରାଯିବ । ଏନେଇ ପ୍ରଶାସନିକ ପଦକ୍ଷେପ ନିଆଯାଇଛି । ଏହା ହେଉଛି ଅସ୍ତରଙ୍ଗର ପୀରଜାହାନିଆ ବେଳାଭୂମି, ପୁରୀର ବେଲେଶ୍ୱର ବେଳାଭୂମି ଓ ଫୁଲପାଟଣା ପର୍ଯ୍ୟଟନ ବେଳାଭୂମି (ବାଲିଗୁଆଳି ଠାରୁ ସୈକତ ନିବାସ ବେଳାଭୂମି ପର୍ଯ୍ୟନ୍ତ) । ଏନେଇ ଆଗ୍ରହୀ ସଂସ୍ଥାଙ୍କ ଠାରୁ ଡିପିଆର୍ (ଡିଟେଲ ପ୍ରୋଜେକ୍ଟ ରିପୋର୍ଟ) ଆହ୍ୱାନ କରିଛି ପୁରୀ ବନଖଣ୍ଡ କାର୍ଯ୍ୟାଳୟ ।
ଆସନ୍ତା ୧୫ ତାରିଖ ଆବେଦନର ଶେଷ ସମୟ ରହିଛି । ଏହା ପରଦିନ ସମୀକ୍ଷା କରାଯାଇ ଚୂଡ଼ାନ୍ତ ଡିଜାଇନ ବଛାଯିବ ।ପ୍ରକଳ୍ପିତ ସ୍ଥାନର ସର୍ଭେ, ଜମି ପରିମାଣ ସ୍ଥିର କରିବା, ପ୍ରକଳ୍ପର ଡିଜାଇନ, ଲକ୍ଷ୍ୟ, ବ୍ୟୟ ଅଟକଳ, ଆବଶ୍ୟକ ଅନୁମତି, ପରିବେଶ ପ୍ରଭାବ, ସୁରକ୍ଷା ଦୃଷ୍ଟିକୋଣ, ପର୍ଯ୍ୟଟକଙ୍କ ଆଗମନ ଆକଳନ, ରାଜସ୍ୱ ଆୟ ଆକଳନ ପ୍ରଭୃତିକୁ ଭିତ୍ତିକରି ଉତ୍କୃଷ୍ଟ ଡିପିଆର ଚୂଡ଼ାନ୍ତ ହେବ ।



