ଟୋକିଓ : ଜାପାନର ଉତ୍ତର-ପୂର୍ବ ଉପକୂଳରେ ୬.୭ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଏହା ପରେ ପାଣିପାଗ ବିଭାଗ ସୁନାମି ଆସିବାର ଆଶଙ୍କା କରି ସତର୍କ ସୂଚନା ଜାରି କରିଛି । ଭୂକମ୍ପର କେନ୍ଦ୍ର ସ୍ଥଳ ୟାମାଡା ଅଞ୍ଚଳରୁ ପ୍ରାୟ ୭୮ ମାଇଲ ପୂର୍ବ ଦିଗରେ ସମୁଦ୍ର ଭିତରେ ଥିଲା । ଏହାର ପ୍ରଭାବରେ ଇୱାଟେ ଅଞ୍ଚଳରେ ପ୍ରାୟ ୧ ମିଟର (୩.୩ ଫୁଟ) ଉଚ୍ଚର ସମୁଦ୍ର ଢେଉ ଆସିବାର ସମ୍ଭାବନା ଅଛି । ତେଣୁ ଲୋକମାନଙ୍କୁ ସମୁଦ୍ର କୂଳରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି ।ମାତ୍ର ଦୁଇ ଦିନ ପୂର୍ବରୁ (ଡିସେମ୍ବର ୯) ଏଠାରେ ୭.୫ ତୀବ୍ରତାର ଏକ ଭୂକମ୍ପ ହୋଇଥିଲା । ଏବେ ଡିସେମ୍ବର ୧୬ ତାରିଖ ପର୍ଯ୍ୟନ୍ତ ଏକ “ମେଗାକ୍ୱେକ୍” (ବିଶାଳ ଭୂକମ୍ପ)ର ସତର୍କ ସୂଚନା ଜାରି କରାଯାଇଛି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

